100
ଧନ୍ୟବାଦାର୍ଥକ ଗୀତ।
1 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।