127
ଶଲୋମନଙ୍କର ରଚିତ ଆରୋହଣ ଗୀତ।
1 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି,
ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ।
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,
ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।
2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ
ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା।
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ
ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର।
ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4 ଯୁବକର ପୁତ୍ରଗଣ
ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ,
ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି।
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ,
ସେ ହେଉଛି ଭାଗ୍ୟବାନ୍।