ଶିମୀୟୋନର ଅଧିକାର
1ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା। 2ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା 3ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍ସମ୍‍ 4ଓ ଇଲତୋଲଦ୍‍ ଓ ବଥୁଲ ଓ ହର୍ମା 5ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍ 6ଓ ବେଥ୍-ଲବାୟୋତ୍‍ ଓ ଶାରୁହନ୍‍; ଗ୍ରାମ ସମେତ ଏହି ତେର ନଗର। 7ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର 8ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା। 9ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
ସବୂଲୂନର ଅଧିକାର
10ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା। 11ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା। 12ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା। 13ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା। 14ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା। 15ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର। 16ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
ଇଷାଖରର ଅଧିକାର
17ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। 18ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ 19ଓ ହଫାରୟିମ୍‍ ଓ ଶୀୟୋନ ଓ ଅନହରତ୍‍ 20ଓ ରାବ୍ବୀତ୍‍ ଓ କିଶୀୟୋନ୍‍ ଓ ଏବସ 21ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା। 22ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର। 23ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।
ଆଶେରର ଅଧିକାର
24ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା। 25ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ 26ଓ ଅଲମେଲକ୍‍ ଓ ଅମୀୟାଦ୍‍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍‍ନତ ପର୍ଯ୍ୟନ୍ତ ଗଲା। 27ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ 28ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା; 29ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା। 30ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା। 31ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
ନପ୍ତାଲିର ଅଧିକାର
32ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା। 33ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା। 34ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। 35ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍ 36ଓ ଆଦାମା ଓ ରାମା ଓ ହାସୋର 37ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର 38ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର। 39ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
ଦାନର ଅଧିକାର
40ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା। 41ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍ 42ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା 43ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ 44ଓ ଇଲତ୍‍କୀ ଓ ଗିବ୍ବଥୋନ ଓ ବାଲତ୍‍ 45ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ 46ଓ ମେୟକୋନ୍‍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ। 47ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ। 48ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
ଯିହୋଶୂୟଙ୍କ ଅଧିକାର
49ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ। 50ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
51ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।